ଅନ୍ୟାନ୍ୟ

ବାତ୍ୟା ମିଗଜୋମ ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି

ବାତ୍ୟା ମିଗଜୋମ ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି। କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍ । ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com