ଅନ୍ୟାନ୍ୟ

ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା।

ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com