ଓଡ଼ିଶା

ଯୋରନ୍ଦାରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାରେ ଲେଖାହେଲା ରୂପାନ୍ତରଣର ନୂଆ କାହାଣୀ। ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୋରନ୍ଦା ରୂପାନ୍ତରଣ ପାଇଁ ୧୧୨ କୋଟି ଟଙ୍କା ଅନୁମୋଦନ ହୋଇଛି ।

ପ୍ରକଳ୍ପ ଦ୍ବାରା ଯୋରନ୍ଦା ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ଭାବେ ସଭିଙ୍କର ଦୃଷ୍ଟି ଆକର୍ଷଣ କରିବ । ମହିମାଗାଦି ଚତୁଃପାର୍ଶ୍ବର ଉନ୍ନତିକରଣ ସହ ଭବ୍ୟ ମହିମା ଗାଦି, ଶୂନ୍ୟ ମଣ୍ଡପ ଓ ଉପାସନା ପୀଠର ହେବ ବିକାଶ ।ଆୟୋଜିତ ସାଧାରଣ ସଭାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କୁ ଆର୍ଶୀବାଦ କଲେ ମହିମା ସାଧୁସନ୍ନ୍ୟାସୀ । ସୁରକ୍ଷା ଦୃଷ୍ଟିରୁ ୧୫ ପ୍ଲାଟୁନ ପୋଲିସ ଫୋର୍ସ, ୨ ଜଣ ଅତିରିକ୍ତ ଏସପି, ୮ ଜଣ ଡିଏସପି, ୧୯ ଜଣ ଇନ୍ସପେକ୍ଟର ମୁତୟନ ହୋଇଛନ୍ତି ।ମହିମା ଧର୍ମର ଆହୁରି ପ୍ରଚାରପ୍ରସାର ହେବ । ମହିମା ସାଧୁଙ୍କ ସହ ଶ୍ରଦ୍ଧାଳୁମାନେ ମଧ୍ୟ ଉପକୃତ ହେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com