ଜାତୀୟ
ଲାଗରେଞ୍ଜ ପଏଣ୍ଟରେ ପହଞ୍ଚିବ ଆଦିତ୍ୟ ଏଲ୧

ଆସନ୍ତା ଜାନୁଆରୀ ୬ରେ ଇତିହାସ ରଚିବ ଇସ୍ରୋ। ଅପରାହ୍ଣ ୪ଟାରେ ଲାଗରେଞ୍ଜ ପଏଣ୍ଟରେ ପହଞ୍ଚିବ ଆଦିତ୍ୟ ଏଲ୧। ଏନେଇ ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ. ସୋମନାଥ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ପ୍ରେରିତ ହୋଇଥିବା ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍-୧ର ସଫଳତାକୁ ଅପେକ୍ଷା କରିଛି ସାରା ବିଶ୍ବ। ଜାନୁଆରୀ ୬ରେ ପୃଥିବୀ ଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ଅବସ୍ଥିତ ଲାଗରେଞ୍ଜ ପଏଣ୍ଟରେ ପହଞ୍ଚିବ ଆଦିତ୍ୟ ଏଲ୍-୧।