ଓଡ଼ିଶା

୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଫେବୃଆରୀ  ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । କାମଚଳା ଅଧିବେଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଫେବୃଆରୀ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ। ଫେବୃଆରୀ  ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ରଖିବେ ଅଭିଭାଷଣ । ଫେବୃଆରୀ  ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର । ସେହିଦିନ ଲେଖାନୁଦାନ ପାଇଁ ବି ପ୍ରସ୍ତାବ ଆସିବ ।

୯ ତାରିଖରେ ଲେଖାନୁଦାନ ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ପାରିତ ହେବ। ତେବେ ଏହି ଅଧିବେଶନଟି ଉଭୟ ଶାସକ ଏବଂ ବିରୋଧୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ । ଆଗକୁ ନିର୍ବାଚନ ଥିବାରୁ ଉଭୟ ଉଭୟଙ୍କୁ ବିଧାନସଭାରେ ଘେରିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ। ଶେଷରେ ଅଧିବେଶନ ଶେଷ ଦିନ ସମସ୍ତ ବିଧାୟକଙ୍କର ଫଟୋ ସେସନ୍‌ କରାଯିବାର କାର୍ୟ୍ୟକ୍ରମ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com