ଓଡ଼ିଶା

୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି

୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

୧୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲାରେ ସ୍ୱଳ୍ପ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟରେ ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଶୀତର ପ୍ରକୋପ ଜାରି ରହିଛି। ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତ ବୃଦ୍ଧି ହୋଇଥିବା ବେଳେ ଏହି ସ୍ଥିତି ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Related Articles

Back to top button