ଓଡ଼ିଶା
ଟିକେଟ ପାଇଁ ଟଙ୍କା କାରବାର ସମ୍ପର୍କରେ ପିସିସି ନେଲା ପଦକ୍ଷେପ
![](https://i0.wp.com/odia.mobilenews24x7.com/wp-content/uploads/2024/01/congress-bhawan-750x390-1.jpg?resize=750%2C390&ssl=1)
୨୦୨୪ ସାଧାରଣ ନିର୍ବାଚନ ପାଇଁ ସବୁ ଦଳର ଜୋରଦାର ପ୍ରସ୍ତୁତି ଚାଲିଛି । ଏହାରି ଭିତରେ କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ହେଉଥିବା ଖବର ଚର୍ଚ୍ଚାକୁ ଆସିବା ପରେ ସତର୍କ କରାଇଲା ପ୍ରଦେଶ କଂଗ୍ରେସ କମିଟି । ଉଭୟ ବିଧାନସଭା ଓ ଲୋକସଭା ଆଶାୟୀ ପ୍ରାର୍ଥୀଙ୍କୁ ଟିକେଟ ଦିଆଯିବାର ପ୍ରତିଶ୍ରୁତି ଦେଇ କିଛି ବ୍ୟକ୍ତ ବିଶେଷ ଟଙ୍କା ଆଦାୟ କରୁଥିବା ଖବର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନଜରକୁ ଆସିଥିଲା । ଏଭଳି ଖବର ସାମ୍ନାକୁ ଆସିବା ପରେ ସବୁ ଜିଲ୍ଲା ସଭାପତି ଓ ରାଜ୍ୟ ସାମ୍ମୁଖ୍ୟଙ୍କୁ ପିସିସି ପକ୍ଷରୁ ଚିଠି ଦିଆଯାଇଛି ।
କୌଣସି ନେତା ଏଭଳି ଖବରକୁ ବିଶ୍ୱାସ ନକରିବାକୁ ଚିଠିରେ ସତର୍କ କରାଇ ଦିଆଯାଇଛି । ୨୦୨୪ ନିର୍ବାଚନ ପାଇଁ ଲୋକସଭା ଓ ବିଧାନସଭା ଟିକେଟ ନିର୍ଦ୍ଧାରିତ ସମୟରେ ଏଆଇସିସି ଦ୍ୱାରା ଘୋଷଣା କରାଯିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ।