ଓଡ଼ିଶା

ରାଜ୍ୟର ବିଭନ୍ନ ସ୍ଥାନରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା

ରାଜ୍ୟର ବିଭନ୍ନ ସ୍ଥାନରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ୨୫ ତାରିଖ ପର୍ଯ୍ୟନ୍ତ ଅତି ଏଭଳି ପାଗ ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ, ୨୬ରୁ ପାଗରେ ପରିବର୍ତ୍ତନ ର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।୫ଟି ଜିଲ୍ଲାରେ କୋହଲା ପାଗ ସହ ଝିପିଝିପି ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।

ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ପାଟ୍ରୋଲିଂ ବଢାଇବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com