ଓଡ଼ିଶା

ଦିଲ୍ଲୀ ଅଭିମୁଖେ ଦ୍ରୌପଦୀ, ଶୁକ୍ରବାର କରିବେ ନମାଙ୍କନ ଦାଖଲ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ।  ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ପାରମ୍ପରିକ ଆଦିବାସୀ ନାଚ ଗୀତରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଦିଲ୍ଲୀ ପହଞ୍ଚିବା ପରେ ସେଠାରୁ ଓଡ଼ିଶା ଭବନ ଯିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ଓଡ଼ିଶା ଭବନରେ ରହିବେ । ଦ୍ରୌପଦୀ ମୁର୍ମୁ ଓଡିଶା ପାଇଁ ଗର୍ବ ଓ ଗୌରବ, ତେଣୁ ତାଙ୍କୁ ଦଳମତ ନିର୍ବିଶେଷରେ ରାଜ୍ୟର ସବୁ ବିଧାୟକ ଓ ସାଂସଦ ସମର୍ଥନ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Related Articles

Back to top button
WP Twitter Auto Publish Powered By : XYZScripts.com