
ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ହେବା ଆରମ୍ଭ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଆହୁରି ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ରାତିର ତାପମାତ୍ରା କମିବାକୁ ଥିବାରୁ ଥଣ୍ଡା ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନ ଥିବା ବେଳେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଦିନର ତାପମାତ୍ରା ସ୍ୱାଭାବିକଠାରୁ ସାମାନ୍ୟ ଉପରେ ରହିଲେ ମଧ୍ୟ ରାତିରେ ତାପମାତ୍ରା କମ୍ ରହିବ। ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମି ସ୍ୱାଭାବିକ ତାପମାତ୍ରା ବା ସ୍ୱାଭାବିକ ଶୀତ ଅନୁଭୂତ ହେବ।