ଓଡ଼ିଶା
ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି

ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି। । ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ନେଇ ମନମୋହନ ସାମଲ ଦିଲ୍ଲୀ ଗସ୍ତ କରିଥବା କୁହାଯାଇଛି।
ଏହି ତାଲିକା କେନ୍ଦ୍ରୀୟ ନିର୍ବାଚନ କମିଟିକୁ ସେ ହସ୍ତାନ୍ତର କରିବେ। କେନ୍ଦ୍ରୀୟ କମିଟି ପ୍ରାର୍ଥୀ ତାଲିକା ଉପରେ ଚୂଡ଼ାନ୍ତ ମୋହର ମାରିବ। ତେଣୁ କୋର କମିଟି ବୈଠକରେ କାହା ନାଁରେ ଚୂଡ଼ାନ୍ତ ମୋହର ବାଜିବ ତା ଉପରେ ନଜର ରହିଛି।