ଓଡ଼ିଶା
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ
![](https://i0.wp.com/odia.mobilenews24x7.com/wp-content/uploads/2024/04/Banaka-Lagi-rituals-at-Puri-Srimandir-today.jpeg?resize=739%2C415&ssl=1)
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ବୁଧବାର ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ।