ଓଡ଼ିଶା

ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଛି

ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଛି। ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡଲ ‘ଏକ୍ସ’ରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁ ଫ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Related Articles

Back to top button