ଅନ୍ୟାନ୍ୟଓଡ଼ିଶାମନୋରଞ୍ଜନ

ଚାଲିଗଲେ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର କଂସ,

ବରଗଡ଼: ବୃହତ୍ ମୁକ୍ତାକାଶ ରଙ୍ଗମଂଚରେ ଦୀର୍ଘ ୨୩ବର୍ଷ ଧରି କରିଥିଲେ ରାଜ୍ । ୧୧ଦିନର ରାଜା ସାଜି ସମଗ୍ର ସହରକୁ କରିଥିଲେ ଶାସନ । ଆଉ ଏବେ ଦୁନିଆରୁ ସବୁଦିନ ପାଇଁ ଅଭିନୟର ଯାତ୍ରା ଶେଷ କରି ଆରପାରିକୁ ଚାଲିଯାଇଛନ୍ତି କଂସ ମହାରାଜା । ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ଘଟିଛି ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି । ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ।

ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ। ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି। ସ୍ବର୍ଗତ ସାହୁ ପୋଲିସ ବିଭାଗରେ ରହି ବିଭିନ୍ନ ଥାନାରେ କାର୍ୟ୍ୟରତ ଥିଲେ। ଅବସର ଗ୍ରହଣ ପରେ ସେ ପୁଅ ମାନଙ୍କ ସାଥିରେ ରହୁଥିଲେ। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com