Featuredଓଡ଼ିଶାରାଜନୀତି

ଦେବେନ୍ଦ୍ର ପ୍ରଧାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ କହିଛନ୍ତି ଯେ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ । ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱରେ କାର୍ୟ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତାର ମଧ୍ୟ ପରିଚୟ ଦେଇ ଯାଇଛନ୍ତି ।
ତାଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି ନବୀନ । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ ।

Related Articles

Back to top button