ଓଡ଼ିଶା

ଚାଲିଗଲେ କେନ୍ଦ୍ରମନ୍ତ୍ରୀଙ୍କ ପତ୍ନୀ ଝିଙ୍ଗିଆ ଓରାମ-ବିଭିନ୍ନ ମହଲେ ଶୋକ,

ଭୁବନେଶ୍ୱର: ପରଲୋକରେ ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ସେ ତ୍ୟାଗ କରିଛନ୍ତି ଶେଷ ନିଃଶ୍ୱାସ । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ । ହେଲେ ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଝିଙ୍ଗିଆ ଓରାମଙ୍କ ଦେହାନ୍ତ ହୋଇଛି ।

ତାଙ୍କ ବିୟୋଗରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ । କାନ୍ଦି କାନ୍ଦି ସେ ତାଙ୍କ ପତ୍ନୀଙ୍କୁ ଶେଷ ବିଦାୟ ଦେଉଛନ୍ତି । ଜୁଏଲ କହିଛନ୍ତି କି ମୋର ରାଜନୈତିକ ଜୀବନରେ ସେ ବହୁତ ବଡ଼ ଦାୟିତ୍ୱ ସମ୍ଭାଳୁଥିଲେ। ତାଙ୍କ ଯୋଗୁ ମୁଁ ଏ ଜାଗାକୁ ଆସିପାରିଛି।

ସେ ଘର ସମ୍ଭାଳିବା ସହ ପିଲାମାନଙ୍କ ଦାୟିତ୍ୱ ଠିକ୍‌ ଭାବରେ ନେଉଥିଲେ । ଯେଉଁଥିପାଇଁ ମୁଁ ବାହାରକୁ ଆସି ପାରୁଥିଲି । ତାଙ୍କ ବିୟୋଗରେ ଆମର ବହୁତ ବଡ଼ କ୍ଷତି ହୋଇଛି । ମୁଁ ଜୀବନସାରା ତାଙ୍କୁ ଭୁଲି ପାରିବିନି। ଭଗବାନଙ୍କୁ ଡାକୁଛି ସାତ ଜନ୍ମ ପାଇଁ ସେ ମୋର ସାଥୀ ହୋଇ ରୁହନ୍ତୁ।

ସେପଟେ ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଲୁମ୍ବିନୀବିହାର ସ୍ଥିତ ବାସଭବନରେ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମନ୍ତ୍ରିମଣ୍ଡଳରର ସଦସ୍ୟ ଓ ଅନେକ ବ୍ୟକ୍ତିବିଶେଷ । ସେହିପରି ବିଭିନ୍ନ ମହଲରେ ମଧ୍ୟ ପ୍ରକାଶ ପାଇଛି ଶୋକ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିବା ସହିତ ଜୁଏଲ ଓ ତାଙ୍କ ପରିବାରଙ୍କୁ ଜଣାଇଛନ୍ତି ସମବେଦନା । ଏହାସହ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବି କରିଛନ୍ତି ଶୋକ ପ୍ରକାଶ । ତେବେ ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରକୁ ଆଜି ସୁନ୍ଦରଗଡ଼ ଜିଲ୍ଲା ବଣାଇର କେନ୍ଦୁଡ଼ିହିକୁ ନିଆଯାଇଛି । ସେଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com