ଓଡ଼ିଶା

ବଦଳିଲା ଯୁକ୍ତ ୩ ନାମଲେଖା ଗାଇଡଲାଇନ: ନୂଆ ନିୟମରେ କଣ ରହିଛି ସୁବିଧା, ଜଣାନ୍ତୁ

ଭୁବନେଶ୍ୱର: ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର l ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବାକୁ ଯାଉଛି ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ମିଳିବ ସୁଯୋଗ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ୱେବସାଇଟ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ। ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଚଏସ ଲକିଂ କରିଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଉଲ୍ଲେଖ ରହିଥିଲା।

ମାତ୍ର ଏହି ନିୟମରେ ଏବେ ପରିବର୍ତ୍ତନ କରାଯାଇଛି। ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଏହି ନିୟମରେ ସଂଶୋଧନ କରାଯାଇଛି। ଫଳରେ ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରି ସାରିଛନ୍ତି, ସେମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଯୋଗ ଗତକାଲିଠୁ ଦିଆଯାଇଛି। ଏଥିପାଇଁ ସରକାରଙ୍କ ୱେବସାଇଟ୍‌ ଖୋଲି ଦିଆଯାଇଛି। ଏହା ପିଲାଙ୍କ ଭବିଷ୍ୟତ ନିର୍ଦ୍ଧାରଣରେ ସହାୟକ ହେବ ବୋଲି ବିଚାର କରି ଏପରି ପଦକ୍ଷେପ ନିଆଯାଇଛି।

Related Articles

Back to top button