ଓଡ଼ିଶା

ଖୋଜାହେବ ରତ୍ନଭଣ୍ଡାର ସୁଡଙ୍ଗ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ । ସେ କହିଛନ୍ତି, ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସେ ନେଇ ସର୍ଭେ ହେବ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

୧୯୭୮ ମସିହା ଡାଟାବେସ ଅନୁଯାୟୀ ଅଳଙ୍କାର ମେଳ କରାଯିବ। ଏହାସହ ରତ୍ନଭଣ୍ଡାର ଭିତରେ ଅଳଙ୍କାରର ଗଣତି ମଣତି ହେବ l ରତ୍ନ ଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା ଦିଆଯିବ । ଅନ୍ୟପଟେ ରତ୍ନ ଭଣ୍ଡାରର ବାକ୍ସଗୁଡ଼ିକ ସ୍ଥାନନ୍ତ୍ରିକରଣ ସରିଛି ଏବେ ମରାମତି କାର୍ୟ୍ୟ ହେବ।

ଏହାପରେ ସର୍ବେ ହେବ ମାଟି ତଳେ କିଛି ପଦାର୍ଥ ଅଛିକି ନାହିଁ ତାର ଯାଞ୍ଚ କରାଯିବ। ତେବେ ବାହାର ଭଣ୍ଡାର ଦେଇ ଭିତର ଭଣ୍ଡାରକୁ ପ୍ରବେଶ କରିବା ପରେ, ଏହି ସୁଡ଼ଙ୍ଗ ଦୃଶ୍ୟମାନ ହୁଏ । ୧୯୭୮ରେ ଭିତର ଭଣ୍ଡାର ଖୋଲାଯିବା ସମୟରେ ଏ ସମ୍ପର୍କିତ ତଥ୍ୟ ରେକର୍ଡ କରାଯାଇଛି ।

୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା । ମୁଁ ଆଶା କରୁଛି ୧୯୭୮ରେ ଯାହା ଥିଲା ତାହା ଥିବ। ଏବଂ ଏହି ଗଣତି ପୂର୍ବ ଡାଟା ବେଶ ଅନୁସାରେ ମେଳ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com