ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି ।
ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ କରିବେ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ।
ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି । ସେମାନଙ୍କ ପ୍ରତିଭାର ଅନୁସନ୍ଧାନ ପାଇଁ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଆଲୋଚନା କ୍ରୀଡା ପ୍ରେମୀଙ୍କ ପାଇଁ କେବେ କାର୍ଯ୍ୟରେ ପରିଣତ ହେବ ସେହି ସମୟକୁ ଅପେକ୍ଷା l