Uncategorizedଓଡ଼ିଶା

ବଦଳିବ ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ!: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି । ଏଭଳି କହିଛନ୍ତି ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି । ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା । ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ ।

ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ । ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍‌ ବୋଲି କେନ୍ଦ୍ରମନ୍ତ୍ରୀ ଆଜି କହିଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଏହି ମତ ଆଗାମୀ ଦିନରେ କେବେ ସତ ତାହା ସମୟ କହିବି l

Related Articles

Back to top button
WP Twitter Auto Publish Powered By : XYZScripts.com