ଓଡ଼ିଶାଜାତୀୟ

କେରଳ ଓ ତ୍ରିପୁରାକୁ ଆର୍ଥିକ ସହାୟତାର ହାତ ବଢାଇବ ଓଡ଼ିଶା

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ପ୍ରଭାବିତ କେରଳ ଓ ତ୍ରିପୁରାକୁ ୫କୋଟି ଟଙ୍କା ସହାୟତା ଦେବାକୁ ଓଡ଼ିଶା ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଅର୍ଥ ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇ ପ୍ରାକୃତିକ ବିପର୍ଯ୍ୟୟରେ କ୍ଷୟକ୍ଷତି ପାଇଁ ସମବେଦନା ବ୍ୟକ୍ତ କରିଛନ୍ତି ।

ଉଭୟ ରାଜ୍ୟରେ ବିପର୍ଯ୍ୟୟ ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନଃନିର୍ମାଣ କାର୍ଯ୍ୟ ପାଇଁ ଓଡ଼ିଶା ସହଯୋଗର ହାତ ବଢ଼ାଇବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ । ବିପର୍ଯ୍ୟୟ ସମୟରେ ଉଭୟ ରାଜ୍ୟରେ ଥିବା ଓଡ଼ିଆ ଲୋକଙ୍କୁ ସାହାଯ୍ୟ ଓ ସହାୟତା କରିଥିବାରୁ ଶ୍ରୀ ମାଝୀ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶାର ଏହି ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି । ସୂଚନାଯୋଗ୍ୟ, ଗତ ମାସରେ ଉଭୟ ରାଜ୍ୟରେ ପ୍ରଳୟଙ୍କlରୀ ଭୂସ୍ଖଳନ ଓ ବର୍ଷା ଯୋଗୁ ବ୍ୟାପକ ଧନଜୀବନ ନଷ୍ଟ ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com