ଓଡ଼ିଶା

ଜଙ୍ଗଲ ଶ୍ରମିକମାନଙ୍କୁ ମିଳିବ ଶ୍ରମ ଭିତ୍ତିକ ନିଯୁକ୍ତି, କେମିତି ଜାଣନ୍ତୁ

ଭୁବନେଶ୍ୱର: ଜଙ୍ଗଲ ଶ୍ରମିକମାନଙ୍କ ଆସିଲା ଖୁସି ଖବର l ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟାକୁ ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେହିପରି ୨୦୧୯-୨୦ ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ କାରଣରୁ ରାଜ୍ୟରେ ୪୪୪ଟି ହାତୀ ପ୍ରାଣ ହରାଇଥିବା ବେଳେ ୭୨୯ ଜଣ ବ୍ୟକ୍ତି ମଧ୍ୟ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହ ମଣିଷ-ପ୍ରାଣୀ ସଂଘର୍ଷ କମାଇବା ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ ଦେଇଛନ୍ତି ।

ନିଜ ଜୀବନ ପ୍ରତି ଥିବା ଭୟକୁ ଭ୍ରୁକ୍ଷେପ ନ କରି ଜଙ୍ଗଲ ଓ ବନଖଣ୍ଡର ସୁରକ୍ଷା କାମରେ ନିୟୋଜିତ ବନ କର୍ମଚାରୀ ମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ, ସେମାନଙ୍କ ପାଇଁ ପ୍ରୋତ୍ସାହନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ବନୀକରଣ କାର୍ଯ୍ୟକ୍ରମରେ ଗଛ ଗୁଡିକ ଯେପରି ବଞ୍ଚି ରହିବ, ସେଥିପାଇଁ ନିୟମିତ ଭାବରେ ନିରୀକ୍ଷଣ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।

ଅନ୍ୟପଟେ ବିଭାଗରେ ଖାଲି ଥିବା ପଦବୀ ସଂପର୍କରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ ବର୍ତ୍ତମାନ ସୁଦ୍ଧା ୧୬୭୭ଟି ବନରକ୍ଷୀ ଓ ୩୧୬ଟି ବନପାଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ କରାଯିବ। ବାକିଥିବା ପଦବୀ ଗୁଡିକ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com