ଜାତୀୟ

ସୀତାରାମ ୟେଚୁରୀଙ୍କ ଶ୍ୱାସକ୍ରିୟାରେ ସମସ୍ୟା; ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।

ଡାକ୍ତରଙ୍କ ଏକ ଟିମ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି । ପ୍ରକାଶିତ ବିବୃତ୍ତିରେ କୁହାଯାଇଛି ଯେ, ୭୨ ବର୍ଷୀୟ ସିପିଆଇଏମ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ହୋଇଛି । ଏହା ଚିକିତ୍ସା କରାଯାଉଛି । ଏହି ସମୟରେ ତାଙ୍କ ଅବସ୍ଥା ଗୁରୁତର ରହିଛି ।

ଅଗଷ୍ଟ ୧୯ରେ, ଛାତି ସଂକ୍ରମଣ ପରେ ତାଙ୍କୁ ଏକ୍ସରେ ଭର୍ତ୍ତି କରାଯାଇଥିଲା । ତେବେ ଦିନକୁ ଦିନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ୟେଚୁରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ନଜର ରହିଛି। ଏବେ ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଥିବା ଦଳ ପକ୍ଷରୁ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com