ଓଡ଼ିଶା

ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ; ASI

ପୁରୀ: ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ l

ଏଏସଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇସାରିଛି l ତାପରେ ଏଏସଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ ।

ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା l ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସଆଇକୁ ଅନୁରୋଧ କରାଯାଇଥିଲା l ପୂର୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com