ଓଡ଼ିଶା

ଥାନା ଭିତରେ ନାରୀ ନିର୍ଯ୍ୟାତନା ଘଟଣାର SIT ତଦନ୍ତ ଦାବୀ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭରତପୁର ଥାନା ନାରୀ ନିର୍ଯ୍ୟାତନା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କ ଦୃଢ଼ ନିନ୍ଦା l କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ଦାବୀ ସହ ବିଚାର ବିଭାଗୀୟ ତଦନ୍ତ ଦାବୀ କଲେ ବିଜେଡି ସୁପ୍ରିମୋ ନବୀନ l

ପୁରୀ ରାଜଭବନ ଘଟଣାରେ କୋହଳ ମନୋଭାବ ଅପରାଧ ପାଇଁ ଅନ୍ୟ ମାନଙ୍କୁ ଉତ୍ସାହିତ କରୁଛି l ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିବା ଦ୍ୱାରା ଏଭଳି ଘଟଣା ବୃଦ୍ଧି ପାଉଛି l ତେବେ ଭରତପୁର ଥାନାରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯ୍ୟାତନା ଦିଆଗଲା ତାକୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣାକୁ ଲୋମହର୍ଷଣକାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି l

ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶ ର ବିବେକକୁ ଦୋହଲାଇ ଦେଇଛି l ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି l

ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବା ପାଇଁ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି l ପଟ୍ଟନାୟକ କହିଛନ୍ତି ତାଙ୍କ ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା l

ଏଥିରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସମ୍ପର୍କରେ ଫିଡବ୍ୟାକ ସଂଗ୍ରହ କରୁଥିଲେ l ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ l

ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ l ପୁରୀ ରାଜଭବନ ଘଟଣାରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ଉପରେ ରାଜ୍ୟପାଳଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଙ୍କୁ ଉତ୍ସାହିତ କରିଛି l

ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାରଙ୍କୁ ଅନୁରୋଧ କରୁଛି l ଭରତପୁର ଥାନାରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନରେ SIT ତଦନ୍ତ ସହ ବିଚାର ବିଭାଗୀୟ ତଦନ୍ତ ଦାବୀ କରିଛନ୍ତି ବିଜେଡି l

Related Articles

Back to top button
WP Twitter Auto Publish Powered By : XYZScripts.com