ଓଡ଼ିଶା

ଭରତପୁର ଥାନା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୀଡିତା ଓ ତାଙ୍କ ପିତା ଏବଂ ମେଜର

ଭୁବନେଶ୍ବର: ଭରତପୁର ମାମଲା ଦିନକୁ ଦିନ ତେଜିବାରେ ଲାଗିଛି । ଏନେଇ ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସହ ଧନ୍ୟବାଦ ଜଣାଇଛନ୍ତି ।

ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବାରୁ ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି । ଏହି ସାକ୍ଷାତ ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ । ତେବେ ମୁଖ୍ୟମନ୍ତ୍ରୀ ନ୍ୟାୟ ପାଇଁ ପ୍ରତିଶ୍ରୁତି ଦେଇଥିବା ସେନା ଭେଟେରାନ ସଂଘ ସଭାପତି ସୂଚନା ଦେଇଛନ୍ତି ।

ତେବେ ଏହି ମାମଲାର ତଦନ୍ତ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ। ୬୦ ଦିନ ମଧ୍ୟରେ ଆସିବ ରିପୋର୍ଟ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।

ସୂଚନା ଅନୁଯାଇ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ମେଜର ତାଙ୍କ ବାନ୍ଧବୀ ସହ ଫେରୁଥିଲେ । ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ ।

ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ ।

ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ ।

ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍‌ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com