ଓଡ଼ିଶା

ଲଘୁଚାପର ପ୍ରଭାବ: ଟ୍ୱିନ୍ ସିଟିରେ ଛେଚୁଛି ବର୍ଷା,ବିଭିନ୍ନ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଛି । ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ ।

ଅନ୍ୟପଟେ କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ଦେଖିବାକୁ ମିଳିଛି । ତେବେ ଆଜି ବର୍ଷାର ପରିମାଣ ବଢିଥିବା ବେଳେ ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ ଘଡ଼ଘଡ଼ି ହେବାର ସମ୍ଭାବନା ନେଇ ସତର୍କ କରିଛି ପାଣିପାଗ ବିଭାଗ । ତେବେ ଏନେଇ ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ଆଜି ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ କରାଯାଇଛି । ସେହିପରି କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା ଏବଂ ରାୟଗଡ଼ା ଆଦି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ । ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି । ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ।

ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com