ଓଡ଼ିଶା

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦଶହରା ପୂଜାରେ ରାସ୍ତା ଉପରେ ଲାଗିବନି ତୋରଣ

ଭୁବନେଶ୍ୱର: ଏଥର ଦୁର୍ଗା ପୂଜାରେ ରାସ୍ତା ଉପରେ ଲାଗିବନି ତୋରଣ । ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କଟକ ସହରର ରାସ୍ତାଘାଟ ଅବସ୍ଥାକୁ ଅସନ୍ତୋଷ ପ୍ରକାଶ କରିବା ସହ ଶବ୍ଦ ପ୍ରଦୂଷଣ ରୋକିବା ଲାଗି ଡିଜେ ନବଜାଇବା, ବିଦ୍ୟୁତ ତାର ରାସ୍ତା ଉପରେ ନପକେଇବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି । ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶୃତି ଦେଇଛନ୍ତି ।

ଅନ୍ୟପଟେ ନର୍ସ ଆନ୍ଦୋଳନ ପ୍ରସଙ୍ଗରେ ଆପୋଷ ଆଲୋଚନା କରି ଶୀଘ୍ର ସମାଧାନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com