ଓଡ଼ିଶା

ଭରତପୁର ମାମଲା: ୫ ପୁଲିସ୍ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ । ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ ।

ଏଥିନିମନ୍ତେ ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ଆଜି ସେମାନଙ୍କର ମିଛ ଧରା ପରୀକ୍ଷା କରାଯିବ। ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟଙ୍କ ଅନୁମତି ପରେ ସେମାନଙ୍କୁ ସାଙ୍ଗରେ ନେଇ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ମଧ୍ୟ ସେଠାକୁ ଯାଇଛି ।

ଆଇଆଇସି ଦୀନକୃଷ୍ଣ ମିଶ୍ର ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ । ଦୀନକୃଷ୍ଣଙ୍କ ନାଁରେ ପୀଡ଼ିତାଜଣକ ସାଂଘାତିକ ଅଭିଯୋଗ ଆଣିଥିବାରୁ ତାଙ୍କର ପଲିଗ୍ରାଫ, ନାର୍କୋ ଆନାଲିସିସ, ବ୍ରେନ ମ୍ୟାପିଂ ହେବ ।

ଅବଶିଷ୍ଟ ୪ ପୁଲିସଙ୍କର କେବଳ ପଲିଗ୍ରାଫ ଟେଷ୍ଟ ହେବ । ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ ଓ ସେଦିନ ରାତିରେ ଥାନାରେ ଉପସ୍ଥିତ ଥିବା ଜଣେ ପୁଲିସ ଏସ୍‌ଆଇଙ୍କର ପଲିଗ୍ରାଫ ଟେଷ୍ଟ ହେବ।

ଏହି ଘଟଣାର କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଏହି ଏସ୍‌ଆଇଙ୍କୁ ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି। କିନ୍ତୁ ନିଲମ୍ବିତ କନଷ୍ଟେବଲଙ୍କର କୌଣସି ଟେଷ୍ଟ କରାଯିବ ନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com