ଓଡ଼ିଶା

୯ ତାରିଖରେ ଏହି ସମୟରେ ଆସିବ ବ୍ୟାଙ୍କ ଖାତାକୁ ‘ସୁଭଦ୍ରା ଟଙ୍କା: ଅପଡେଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୯ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଗୋପବନ୍ଧୁଙ୍କ ଜନ୍ମ ଦିବସରେ ବାରିପଦାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ପଠାଯିବ। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା ।

ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ସେପଟେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ଦାୟିତ୍ଵରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ସୁଭଦ୍ରା ପାଇଁ ୧.୨ କୋଟି ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି । ଏମପିସିଆଇ କ୍ଲିୟରାନ୍ସ ସମ୍ପର୍କିତ ସମସ୍ୟା ଥିଲେ ପୁଣିଥରେ କମିଟି ବସିବା ସହ ଯେଉଁ ସମସ୍ୟା ରହିଛି l ତାହାର କିଭଳି ସମାଧାନ କରାଯିବ, ତାହା ଉପରେ ଆଲୋଚନା ହେବ। ଡିସେମ୍ବର ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି ।

ଅନ୍ୟପଟେ କିନ୍ତୁ ଦ୍ଵିତୀୟ ପର୍ୟ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୋଶାଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଇଛି । ‘ସୁଭଦ୍ରା’ ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋଶାଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର- ୧୪୬୭୮କୁ କଲ୍‌ କରନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com