ଜାତୀୟରାଜନୀତି

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ: ଦେଶର ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ମଙ୍ଗଳବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ ରାଜୀବ କୁମାର । ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର ୨୩ରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ ।

ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ। ଅକ୍ଟୋବର ୩୦ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ସହ, ନଭେମ୍ବର ୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୨୦ରେ ଏଠାରେ ଭୋଟ୍‌ ଗ୍ରହଣ ହେବାକୁ ଥିବାବେଳେ ନଭେମ୍ବର ୨୩ରେ ହେବ ଭୋଟ୍‌ ଗଣତି । ଅପରପକ୍ଷେ, ଝାଡ଼ଖଣ୍ଡରେ ୮୧ ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ । ନଭେମ୍ବର ୧୩ ଓ ନଭେମ୍ବର ୨୦ରେ ଝାଡ଼ଖଣ୍ଡରେ ଭୋଟିଂ ହେବ ଏବଂ ଏଠାରେ ମଧ୍ୟ ନଭେମ୍ବର ୨୩ରେ ଫଳାଫଳ ପ୍ରକାଶ ପାଇବ ।

ସେହିଭଳି ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୧୩ ଓ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ । ଆଉ ନଭେମ୍ବର ୨୩ ତାରିଖରେ ଆସିବ ଝାଡଖଣ୍ଡ ନିର୍ବାଚନର ଫଳାଫଳ । ଝାଡଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ ରେ ଅନୁଷ୍ଠିତ ହେବ । ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ ।

ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି । ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com