ଓଡ଼ିଶା

ପୁଣି ଆସୁଛି ଲଘୁଚାପ; କେଉଁଠି, କେମିତି ରହିବ ପ୍ରଭାବ, ଜାଣନ୍ତୁ

ଭୁବନେଶ୍ୱର: ଆସୁଛି ବଡ଼ ଲଘୁଚାପ । ପୁଣି ଭିଜିବ ଓଡିଶା । ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଘନୀଭୂତ ହୋଇ କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

ଏକ୍ସ ଜରିଆରେ ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ସେପଟେ ଆଜି କିଛି କିଛି ସ୍ଥାନରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ମାଳକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com