ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ପୁଅ; ନିୟମ ଭାଙ୍ଗିଲେ,ଅନୁମତି ନଥାଇ ଗର୍ଭଗୃହରେ ପଶିଲେ

ମୋବାଇଲ ନ୍ୟୁଜ 24×7(ବ୍ୟୁରୋ): ମହାରଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପୁଅଙ୍କ ନାଁରେ ଆସିଲା ଅଭିଯୋଗ l ତେବେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପୁଅ ଶ୍ରୀକାନ୍ତ ସିନ୍ଦେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ମହାକାଳ ମନ୍ଦିରର ନିୟମ ଭାଙ୍ଗିଥିବା ଅଭିଯୋଗ ହୋଇଛି । ନିଷେଧାଦେଶ ସତ୍ତ୍ୱେ ଶ୍ରୀକାନ୍ତ ସିନ୍ଦେ ତାଙ୍କ ପତ୍ନୀ ଏବଂ ଦୁଇ ସାଥୀଙ୍କ ସହ ଗର୍ଭଗୃହ ଭିତରକୁ ପଶି ପୂଜା କରିଥିବା କୁହାଯାଉଛି ।

ସୂଚନା ଅନୁଯାୟୀ, ମହାକାଳଙ୍କ ଦର୍ଶନ ପାଇଁ ଆସିଥିବା ଶ୍ରୀକାନ୍ତ ସିନ୍ଦେ ଓ ତାଙ୍କ ପତ୍ନୀ ଓ ଦୁଇ ସାଥୀ ମନ୍ଦିରର ଗର୍ଭଗୃହରେ ପଶି ପୂଜା କରୁଥିବାର ଫଟୋ ଆଉ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଏମାନେ ସମସ୍ତେ ଗତ ବୁଧବାର ସନ୍ଧ୍ୟାରେ ଗର୍ଭଗୃହରେ ପ୍ରବେଶ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି । ମହାକାଳଙ୍କ ଶୃଙ୍ଗାର ବେଳେ ଏହି ଚାରି ଜଣ ଶିବଲିଙ୍ଗ ନିକଟରେ ବସି ପୂଜା କରିଛନ୍ତି । ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଥିବା ବେଳେ ଏହାକୁ ନେଇ ବଢିବାରେ ଲାଗିଛି ଉତ୍ତେଜନା ।

ତେବେ ଅନୁମତି ନଥାଇ ସେ କିଭଳି ଗର୍ଭଗୃହକୁ ପ୍ରବେଶ କଲେ ତାକୁ ନେଇ ଉଠିଛି ପ୍ରଶ୍ନ । ଏହି ପ୍ରସଙ୍ଗକୁ ଉତ୍ତେଜନା ବଢ଼ିବା ପରେ, ପ୍ରଶାସନ କହିଛି ଯେ ସେମାନେ ଏହି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଯଦି କେହି ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ତାଙ୍କୁ ଛଡ଼ା ଯିବନାହିଁ । ତେବେ ନିୟମ ଅନୁଯାୟୀ, ଗତ ଏକ ବର୍ଷ ଧରି ମହାକଳ ମନ୍ଦିରର ଗର୍ଭଗୃହକୁ ସମସ୍ତ ଭକ୍ତଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି । କେବଳ ପୁରୋହିତମାନଙ୍କୁ ଏଠାରେ ପ୍ରବେଶ କରିବାକୁ ଅନୁମତି ରହିଛି। ଭକ୍ତଙ୍କ ପାଇଁ ମହାକଳେଶ୍ୱର ଶିବଲିଙ୍ଗ ଠାରୁ ୫୦ ଫୁଟ ଦୂରରୁ ଦର୍ଶନ କରିବା ପାଇଁ ନିୟମ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com