ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି; ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com