ଟଳିଲା ସମ୍ଭାବ୍ୟ ବାତ୍ୟା ‘ଦାନା’; ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ
ଭୁବନେଶ୍ବର: ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହୋଇଛି । ବାତ୍ୟା ପାଇଁ ଗତକାଲି ସନ୍ଧ୍ୟାରୁ ବିମାନ ସେବା ବାତିଲ କରାଯାଇଥିବାବେଳେ ପରିସ୍ଥିତି ସ୍ବାଭାବିକ ହେବାରୁ ଶୁକ୍ରବାର ସକାଳ ୮ଟାରୁ ବିମାନ ସେବା ପୁଣି ଆରମ୍ଭ ହୋଇଛି । ଗତକାଲି ମଧ୍ୟ ରାତ୍ରିରେ ବାତ୍ୟା ଦାନା ଭିତରକନିଆ ହବାଳିଖଟି ନିକଟରେ ଅତିକ୍ରମ କରିଥିଲା । ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। ।
ଅନ୍ୟପଟେ ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା l ଗତକଶଲି ମଧ୍ୟ ରାତ୍ରରେ ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ‘ଦାନା’। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ‘ଦାନା’ ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବାତ୍ୟା ଦାନା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ଭିତରକନିକା, ଧାମରା, କେନ୍ଦ୍ରାପଡ଼ା ପେଣ୍ଠ ସମେତ ବିଭିନ୍ନ ଅଞ୍ଚଳରେ ଚାଳଛପର ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି ।
ଆଉ କେଉଁଠି ରାସ୍ତା ଉପରେ ଟଳିପଡ଼ିଛି ଗଛଲତା । ଏପରିକି ଝଡ଼ ବର୍ଷାବେଳେ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ ବନ୍ୟଜନ୍ତୁ । ରାତି ତମାମ କ୍ୟାମେରାରେ କଏଦ୍ ହୋଇଥିଲା ବାତ୍ୟା ପ୍ରଭାବର ଚିତ୍ର । ଏବେ କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ଲାଗିରହିଛି ବର୍ଷା। ତା’ ସହ କୋହଲା ପବନ ବହୁଛି ।