ଓଡ଼ିଶା

ବାତ୍ୟା ‘ଦାନା’: ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ପ୍ରସ୍ତୁତି ସଂପର୍କରେ ଗତ କାଲି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ ।

ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ । ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ । ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com