Uncategorizedଓଡ଼ିଶା

ଅକ୍ଟୋବର ୨୯ରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ରଜ୍ୟରେ ଲାଗୁ ହେବ ‘ଆୟୁଷ୍ମାନ ଭାରତ ଯୋଜନା କାର୍ଡ l ଅକ୍ଟୋବର ୨୯ରୁ ଅର୍ଥାତ ମଙ୍ଗଳବାର ଠାରୁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ ସକ୍ରିୟ କାର୍ଯ୍ୟକାରୀ ହେବ । ତେବେ ଏହି ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାସିରେ ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆସନ୍ତା ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନା ସମେତ ଜଟଣୀରେ ଆୟୁର୍ବେଦ ଓ ନେଚରପାଥି ହସ୍ପିଟାଲକୁ ଉଦ୍‌ଘାଟନ କରିବେ ।

ଏହି ବୃହତ୍‌ ହସ୍‌ପିଟାଲ ୨୧ ଏକର ଜମିରେ ନିର୍ମାଣ ହୋଇଛି । ସେହିପରି ଗୋଠପାଟଣାରେ ସେଣ୍ଟ୍ରାଲ ଅକ୍ସ ଟେଷ୍ଟିଂ ୟୁନିଟ୍‌, ବରଗଡ଼ରେ କ୍ରିଟିକାଲ ହେଲ୍‌ଥ କେୟାର ୟୁନିଟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟନ ହେବ ବୋଲି ସେ କହିଛନ୍ତି । ଓଡ଼ିଶା ସମେତ ଦେଶର ୭୦ ବର୍ଷରୁ ଅଧିକ ବୟସ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ ବୋଲି ପୂର୍ବରୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବାକୁ ଥିବା ଏହି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସୂଚନା ମୁତାବକ, ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ। ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ୍-ଅପ୍ କଭର ପାଇଁ ଯୋଗ୍ୟ ହେବେ ।

ଅନ୍ୟପଟେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ସଭାପତି ଘୋଷଣା କରିଥିଲେ । ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବଦଳରେ ଏହି ଯୋଜନା ଅଧୀନରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି । ବିଜେପି ସରକାରକୁ ଆସିଲେ ରାଜ୍ୟରେ ଅନ୍ୟ ସମସ୍ତ ଯୋଜନା ଭଳି ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ ପ୍ରତିଶୃତି ଦିଆଯାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com