ଭୁବନେଶ୍ବର: ବିଜୁ ଜନତା ଦଳ ଏକ ବଡ ପଦକ୍ଷେପ ଗ୍ରହଣ କରିଛି । ଜଣେ ବ୍ଲକ ଅଧ୍ୟକ୍ଷାଙ୍କୁ ଦଳ ନିଲମ୍ବନ କରିଛି। ସେ ଦଳ ବିରୋଧୀ କାର୍ଯ୍ୟ କରୁଥିବାରୁ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଏନେଇ ବିଜେଡି ତରଫରୁ ଏକ ନିର୍ଦ୍ଦେଶାନାମା ପ୍ରକାଶ ପାଇଛି । ଯାହାକଙ୍କୁ ଦଳ ବହିସ୍କାର କଲା ସେ ହେଉଛନ୍ତି ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକର ଅଧ୍ୟକ୍ଷା ରୀନା ରାଣୀ ଖଟୁଆ । ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି । ତାଙ୍କ ଦସ୍ତଖତରେ ଏହି ନିର୍ଦ୍ଦେଶାନାମା ପ୍ରକାଶିତ ହୋଇଛି ।
Check Also
Close