ଓଡ଼ିଶା

‘ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମରେ ଲୋକଙ୍କ ସହ ମିଶି ଦୌଡିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଏହି ‘ରନ ଫର ୟୁନିଟ’ ସମ୍ବୋଧିତ କରିବାକୁଁ ଯାଇ ସମସ୍ତଙ୍କୁ ଏକତାର ମନ୍ତ୍ରରେ ବାନ୍ଧି ରଖିବା ଏବଂ ଭାରତର ଅଖଣ୍ଡତାର ସୁରକ୍ଷା ପାଇଁ ଏହି ଦିନଟି ସମର୍ପିତ। ଏହି ପବିତ୍ର ଦିନରେ ଆମେ ଶପଥ ନେବା, ସର୍ଦ୍ଦାର ବଲ୍ଳଭଭାଇ ପଟେଲଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ନିର୍ମାଣର ସ୍ୱପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ l

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, କ୍ରୀଡ଼ାମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଆୟୋଜିତ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ କରାଯାଇଥିଲା l ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରୁ ଏକତା ଦୌଡ଼ ଆରମ୍ଭ ହୋଇ ରାଜଭବନରେ ଶେଷ ହୋଇଥିଲା l

ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସହ ମିଶି ଦୌଡ଼ିଛନ୍ତି l ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ । ସୂଚନା ମୁତାବକ ଭାରତର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ନିଜ ଜୀବନ ସମର୍ପି ଦେଇଥିବା ତଥା ଭାରତର ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com