Featuredଓଡ଼ିଶାରାଜନୀତି

ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ ପ୍ରଶ୍ନକାଳ

ଭୁବନେଶ୍ୱର: ବନ୍ଦ ରହିବ ପ୍ରଶ୍ନକାଳ । ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ବିଧାନସଭା ଶୀତକାଳୀନ ଅଧିବେଶନର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ସ୍ୱାଭାବିକ ଚାଲିଥିବାବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ପ୍ରଶ୍ନ କରିଥିଲେ ବିରୋଧୀ । ଏଏସଓ ନିଯୁକ୍ତି ପ୍ରସଙ୍ଗ ନେଇ ବିରୋଧୀ ହୋହାଲ୍ଲା କରିଥିବାବେଳେ ପରେ କିନ୍ତୁ ସ୍ଥିତି ସ୍ୱାଭାବିକ ହୋଇଥିଲା । ପରେ ସୁଭଦ୍ରା ଯୋଜନା ନେଇ ତଥ୍ୟ ରଖିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରାୟ ୮୦ ଲକ୍ଷରୁ ଅଧିକ ଲୋକ ଟଙ୍କା ପାଇସାରିଥିବାବେଳେ, ୨୭ ହଜାରରୁ ଅଧିକ ଲୋକ ବ୍ୟାଙ୍କ ଓ ଆଧାର ତ୍ରୁଟି କାରଣରୁ ଟଙ୍କା ପାଇପାରି ନାହାଁନ୍ତି । ଏଥିସହ ୨ ଲକ୍ଷ ୨୦ ହଜାରରୁ ଅଧିକ ଲୋକ ସୁଭଦ୍ରା ଯୋଜନା ପାଇଁ ଅଯୋଗ୍ୟ ବିବେଚିତ ହେଇଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏସବୁ ପ୍ରଶ୍ନୋତ୍ତର ପରେ ସୋମବାର ୧୦ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ ।

Related Articles

Back to top button
WP Twitter Auto Publish Powered By : XYZScripts.com