ମୟୂରଭଞ୍ଜ: ବିକାଶର ଆଉ ଏକ ପାଦେ ଓଡ଼ିଶା । ୩ଟି ନୂଆ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣର ହୋଇଛି ଶିଳାନ୍ୟାସ । ବାଙ୍ଗିରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ବାଙ୍ଗିରିପୋଷୀ ବିଧାୟିକା ସଞ୍ଜଳି ମୁର୍ମୁଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି।