Featuredଓଡ଼ିଶାରାଜନୀତି

ଗୃହରେ ଡାକ୍ତରଙ୍କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଯୁକ୍ତି ପାଇବେ ଡାକ୍ତର । ଖୁବଶୀଘ୍ର ପୂରଣ ହେବ ଡାକ୍ତର ପଦବୀ । ଏନେଇ ଗୃହରେ ମନ୍ତବ୍ୟ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଦୁଇଟି ସଂଶୋଧନ କରାଯାଇଛି। ଏହି କ୍ରମରେ ଖୁବଶୀଘ୍ର ୫୦୦୦ ଡାକ୍ତର, ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି । ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶୃତିବଦ୍ଧ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ୨୦୧୪ ମସିହା ପରେ ଯେତେ ସବୁ ବଡ ମେଡିକାଲ କଲେଜ ଖୋଲିଛି, ସେଥିପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି । ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଗୃହରେ ଘୋଷଣା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Related Articles

Back to top button
WP Twitter Auto Publish Powered By : XYZScripts.com