Featuredଓଡ଼ିଶା

ଜାଡ଼ରେ ଥରଥର ଓଡ଼ିଶା; ଖସୁଛି ପାରଦ, ବଢୁଛି ଶୀତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଶୀତ। ଜାଡ଼ ପବଦନରେ ଥରୁଛି ଓଡ଼ିଶା । ରାଜଧାନୀରେ ମଧ୍ୟ ଖସୁଛି ପାରଦ । ଦେହକୁ ଖରାରେ ସେକିବା ପାଇଁ ବିକଳ ଲୋକେ । କୋହଲା ପବନରେ ମଧ୍ୟ ଶୀତ ଆହୁରି ଅଧିକ ଅନୁଭୂତ ହେଉଛି । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ଶୀତର ପ୍ରକୋପ ଯୋଗୁ ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରହିଛି। ଅଭୟାରଣ୍ୟର କୋର ଇଲାକାର ଥିବା ଆପାର ବାରାହାକାମୁଡାରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରେକର୍ଡ କରାଯାଇଥିବା ଶିମିଳିପାଳ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଗତକାଲି ରାତିରେ ଶିମିଳିପାଳର ନଅଣାରେ ୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲାରେ ୩ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବରେହିପାଣିରେ ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଗୁଡୁଗୁଡିଆରେ ୬ ଡିଗ୍ରୀ ଓ ରାମତିର୍ଥରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଶୀତ ଲହର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ଏମିତି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com