ଭୁବନେଶ୍ୱର: ଥରଥର ଶୀତ ପରେ ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପରେ ତାପମାତ୍ରା ବୃଦ୍ଧି ପାଇବାର ମଧ୍ୟ ସମ୍ଭାବନା ଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢ଼ିବ । ଫଳରେ ରାଜ୍ୟରେ ଶୀତ ପ୍ରକୋପ କିଛି ମାତ୍ରାରେ କମିବ । ଏଥିସହି ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପର କୌଣସି ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସ୍ପଷ୍ଟ କରିଛି ପାଣିପାଗ ବିଭାଗ ।
Related Articles
Check Also
Close