ଓଡ଼ିଶାଶିକ୍ଷା

୧୮ରୁ ଯୁକ୍ତ ୨ ପରୀକ୍ଷା, ୧୨୬୮ଟି କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର: ଜାରି ହେଲା ତାରିଖ । ଫେବୃଆରୀ ୧୮ରୁ ଆରମ୍ଭ ଯୁକ୍ତ ୨ ପରୀକ୍ଷା । ମୋଟ ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁସାରେ, ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com