Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିର ଭିତରେ ଫୋଟୋ ଉଠାଇବାକୁ ନେଇ ପୋଷ୍ଟର ମାରିଲା ପୁରୀ ପୁଲିସ

ପୁରୀ: ଦୃଢ କାର୍ଯ୍ୟନୁଷ୍ଠାନ ନେଲା ପୁରୀ ପୁଲିସ । ଶ୍ରୀମନ୍ଦିର ଭିତରେ ଫୋଟୋ ଉଠାଇବାକୁ ନେଇ କଡ଼ାକଡ଼ି ହେଲା ନିୟମ । ଏହାକୁ ନେଇ ପୋଷ୍ଟର ମାରିଲା ପୁରୀ ପୁଲିସ । ସୂଚନା ମୂତାବକ ଜାନୁଆରୀ ୧୯ ତାରିଖରେ ଶ୍ରୀମନ୍ଦିରର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଥିଲା । ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କ ବିହାରୀ ଅନନ୍ତ ଇନଷ୍ଟାଗ୍ରାମ ଓ ଫେସବୁକ୍‌ରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ପ୍ରଘଟ କରିଥିଲେ। ଭାଇରାଲ ଭିଡିଓରେ ରତ୍ନ ସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିଲା। ଯାହାକୁ ନେଇ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ବର୍ତ୍ତମାନ ପୁଲିସ୍ ଏ ନେଇ କଡା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଏପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି। ନିୟମ ଉଲଂଘନକାରୀଙ୍କୁ ଦଣ୍ଡିତ କରାଯିବା ନେଇ ପୋଷ୍ଟରରେ ଉଲ୍ଲେଖ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com