Breaking Newsଓଡ଼ିଶାରାଜନୀତି

ଏକାମ୍ରରେ ବିଜେପିର ମିଶ୍ରଣ ପର୍ବ

ଭୁବନେଶ୍ୱର,ତା.୬/୨: ବିଜେପିର ନୂଆ ସରକାରକୁ ନେଇ ଏକାମ୍ର ନିର୍ବାଚନ ମଣ୍ଡଳୀ ବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ଏକାମ୍ର ନିର୍ବାଚନ ମଣ୍ଡଳୀ ରେ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଏକାମ୍ର ବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ବିଜେଡି ଉପରୁ ଆସ୍ଥା ହରାଇ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ସୁଶାସନ,ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଏକାମ୍ର ନିର୍ବାଚନ ମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତର ସରପଞ୍ଚ କ୍ଷୀରୋଦ କୁମାର ପ୍ରଧାନ ଓ ଧଉଳୀ ପଞ୍ଚାୟତର ସରପଞ୍ଚ ଚନ୍ଦନ ମଲ୍ଲିକ,ବାଶୁଆଘାଇ ପଞ୍ଚାୟତର ନାଏବ ସରପଞ୍ଚ ଗାୟତ୍ରୀ ବରାଳ,ସମିତି ସଭ୍ୟା ରିଲା ଭଞ୍ଜ, ୱାର୍ଡ଼ ମେମ୍ବର ପ୍ରଦୀପ୍ତ ସ୍ୱାଇଁ, ଶରତ ଭୋଇ ଓ ବନ୍ଦନା ସାମନ୍ତରାୟ ଆଜି ବିଜେଡି ଦଳ ତ୍ୟାଗ କରି ଏକାମ୍ର ବିଧାୟକ ବାବୁ ସିଂ ଙ୍କ ନେତୃତ୍ୱରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଧାୟକ ବାବୁ ସିଂ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।

ଏହି ଅବସରରେ ବିଧାୟକ ବାବୁ ସିଂ କହିଛନ୍ତି ଯେ,ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ହେବା ପରେ ଏକାମ୍ର ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶକୁ ସର୍ବଦା ପ୍ରାଧାନ୍ୟ ଦିଆଯାଉଛି । ବିଜେପି ସରକାରରେ ଏକାମ୍ର ର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ସମସ୍ତ ବାଧାବିଘ୍ନ ଦୂର କରାଯିବା ସହିତ ନୂତନ ପ୍ରକଳ୍ପ ନିର୍ମାଣ କରାଯିବ । ଏକାମ୍ର ବାସୀଙ୍କ ବିଶ୍ୱାସକୁ ନେଇ ବିଜେପି ସରକାର କାମ କରିବ। ନିର୍ବାଚନୀ ପ୍ରତିଶୃତି କୁ ବାସ୍ତବ ରୂପ ଦେବା କାର୍ଯ୍ୟ ଆରମ୍ଭ ହୋଇସାରିଛି ବୋଲି ଏକାମ୍ର ବିଧାୟକ ବାବୁ ସିଂ କହିଛନ୍ତି । ଅତୀତର ବିଜେଡି ସରକାର ଅମଳରେ ରାଜନୈତିକ ଇଚ୍ଛା ଓ ଆନ୍ତରିକତା ଅଭାବ କାରଣରୁ କେନ୍ଦ୍ରୀୟ ପ୍ରକଳ୍ପଗୁଡିକୁ ବାସ୍ତବ ରୂପ ମିଳି ପାରୁନଥିଲା ଏବଂ ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିକାଶ ବାଧାପ୍ରାପ୍ତ ହେଉଥିଲା। ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିକାଶ ର ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହେବାକୁ ଯାଉଛି ବୋଲି ଶ୍ରୀ ସିଂ କହିଛନ୍ତି । ଆଜିର ଏହି ମିଶ୍ରଣ ପର୍ବ ରେ ଗ୍ରାମୀଣ ମଣ୍ଡଳ ସଭାପତି ସୁରିୟ କାନ୍ତ ସାହୁ, କବିରାଜ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

 

 

 

 

 

 

 

 

 

 

 

 

 

 

 

 

 

 

 

 

 

 

Related Articles

Back to top button
WP Twitter Auto Publish Powered By : XYZScripts.com