Breaking Newsଓଡ଼ିଶାକ୍ରୀଡ଼ା
ବୋଲିଂ କରିବ ଭାରତ

ଭୁବନେଶ୍ୱର : ଆରମ୍ଭ ହେଲା ବାରବାଟୀରେ ମହା ଲଢେଇ । ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଇଂଲଣ୍ଡ । ସେହିଭଳି ଫିଲଡିଂ କରିବ ଭାରତ। ଇଂଲଣ୍ଡ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି । ସେପଟେ ଚୂଡାନ୍ତ ଏକାଦଶରେ ସାମିଲ ହୋଇଛନ୍ତି ବିରାଟ କୋହଲି । ଅନ୍ୟପଟେ ବରୁଣ ଚକ୍ରବର୍ତ୍ତୀ ଦିନିକିଆରେ ଡେବ୍ୟୁ କରିଛନ୍ତି । ତାଙ୍କୁ କୁଲଦୀପଙ୍କ ସ୍ଥାନରେ ଖେଳିବାକୁ ସୁଯୋଗ ଦେଇଛି ଦଳ ।
ଭାରତ-ଇଂଲଣ୍ଡ ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିଅମରେ ଅନୁଷ୍ଠିତ ହେଉଛି । ଦୀର୍ଘବର୍ଷର ବ୍ୟବଧାନ ପରେ ବାରବାଟୀରେ ଇଣ୍ଡିଆ ବନାମ ଇଂଲଣ୍ଡ ମଧ୍ୟରେ ହେବ ମହାଟକ୍କର। ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ନାଗପୁରର ପ୍ରଥମ ମ୍ୟାଚରେ ବାଜି ମାରିଥିବା ଟିମ୍ ଇଣ୍ଡିଆ ସିରିଜ୍ କବଜା ଲକ୍ଷ୍ୟରେ ରହିଛି। ସେପଟେ ଇଂଲଣ୍ଡ ପାଇଁ ବି କର ବା ମର ଅବସ୍ଥା।