
ଭୁବନେଶ୍ୱର : ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାଇଁ ଆସିଲା ଖୁସି ଖବର । ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି । କନିଷ୍ଠ ଶିକ୍ଷକଙ୍କ ମାସିକ ଦରମା ୧୧ ହଜାରରୁ ଏବେ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ବିଭିନ୍ନ ଦାବି ନେଇ ଭୁବନେଶ୍ବର ରାଜରାସ୍ତାରେ ହଜାର ହଜାର କନିଷ୍ଠ ଶିକ୍ଷକ ଆନ୍ଦୋଳନ କରିଥିଲେ। ଯାହାକୁ ଦୃଷ୍ଟି ରଖି ସରକାର ଆଜି ତାଙ୍କ ଦରମା ବୃଦ୍ଧି ଦାବି ପୂରଣ କରିଛନ୍ତି । ବୁଧବାର ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କୁ ଏଣିକି ମାସକୁ ୧୬ ହଜାର ଟଙ୍କା ଦରମା ମିଳିବ। ବର୍ଦ୍ଧିତ ଦରମା ଘୋଷଣାରେ ଉପକୃତ ହେବେ ରାଜ୍ୟର ପ୍ରାୟ ୧୩ ହଜାର ୭୪୦ ଜଣ ଶିକ୍ଷକ ।