Breaking NewsFeaturedଓଡ଼ିଶାରାଜନୀତି
ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ବିଧାନସଭାରେ ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ଆରମ୍ଭରୁ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ସହ ହଟ୍ଟଗୋଳ କରିଛନ୍ତି ବିରୋଧୀ । ବିଜେଡି ମଣ୍ଡିରେ କନଟନୀଛଟନି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିବା ବେଳେ କଂଗ୍ରେସ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଆଲୋଚନା ଦାବି କରିଛି । ଏହାକୁ ନେଇ ଉଭୟ ବିରୋଧୀ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଫଳରେ ସୁରୁଖୁରୁରେ ଚାଲି ପାରିନଥିଲା ଗୃହକାର୍ଯ୍ୟ । ସେଥିପାଇଁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ ।